Oplus_131072

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ସୋମବାର ଅଗଷ୍ଟ ୫ ତାରିଖ ପୂର୍ବାହ୍ନ ୧୧ରୁ ୟୁନିଟ୍–୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।

ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ ସକାଳ ୮ରୁ ଦିନ ୧୨ ପର୍ଯ୍ୟନ୍ତ  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କାର୍ଯ୍ୟାଳୟରେ ହେବ। ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ  ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ।

ଏ ସଂପର୍କରେ ରାଜ୍ୟର ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *