ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏହି ସମୟରେ  ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୨ ତାରିଖ ଯାଏଁ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଆଜି ରାଜ୍ୟରେ ପାଗ କୋହଲା ରହିଥିଲା। ଆଜି ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ତି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ ଓ ମାଲକାନଗିରିରରେ ବର୍ଷା ହେବାର ସମ୍ଭାବନା ରହିଛି।

୨୨ ତାରିଖରୁ ରାଜ୍ୟରେ ପାଗ ବଦଳିବ। ବର୍ଷା କମିବା ପରେ ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢିବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଲଘୁଚାପ ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇବ। ଉତ୍ତର ଦିଗରେ ଗତି କରି ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇପାରେ। ଆଜି ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡି଼ଶା ଉପକୂଳରେ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *