
ଆଜି ସକାଳୁ ଭୁବନେଶ୍ଵର ଚନ୍ଦ୍ରଶେଖରପୁର ସ୍ଥିତ ବାସଭବନରୁ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀରକୁ ପୁରୀ ଅଭିମୁଖେ ନିଆ ଯାଇଥିଲା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଶେଷଯାତ୍ରାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ । ବିଭିନ୍ନ ରାଜନୈଦିକ, ସାମାଜିକ ଓ ସାଂସ୍କୃତିକପକ୍ଷରୁ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ଶବାଧାରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।
ସୂଚନା ଯୋଗ୍ୟ; ଗତକିଛି ଦିନ ଧରି ଅସୁସ୍ଥ ଥିଲେ ଡଃ ଦେବେନ୍ଦ୍ର ପ୍ରଧାନ। ସୋମବାର ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ପୁଅ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନର ଶେଷନିଶ୍ବାସ ତ୍ୟାଗ କରିଥିଲେ ଡଃ ପ୍ରଧାନ।
