ଭୁବନେଶ୍ବର: ପୁଣି ରାସନକାର୍ଡରେ ମିଳିବ ଗହମ। ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଓଡ଼ିଶା ଲୋକଙ୍କ ଗହମ ପାଇଁ ଚାହିଦାକୁ ଦୃଷ୍ଟିରେ ରଖି ଦାବି ରଖିଛି। ତେବେ ପୂର୍ବରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଗହମକୁ ବନ୍ଦ କରି ଅଧିକ ଚାଉଳ ଦେବାକୁ କେନ୍ଦ୍ରକୁ ଦାବି କରି ଗହମ ଯୋଗାଣକୁ ବନ୍ଦ କରିଦିଆଯାଇଥିଲା।

ସ‌େ ଆହୁରି କହିଛନ୍ତି,  ବିଜେଡି ସରକାର ଗହମକୁ ବନ୍ଦ କରି ରାସନ କାର୍ଡ ହିତାଧିକାରୀଙ୍କୁ କେବଳ ଚାଉଳ ଯୋଗାଇ ଦେଉଥିଲେ। ବର୍ତ୍ତମାନ ଖାଦ୍ୟ ଯୋଗାଣ ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ରାସନ କାର୍ଡ ହିତାଧିକାରୀଙ୍କୁ ପୁଣି ଥରେ ପୂର୍ବ ଭଳି ଚାଉଳ ସହ ଗହମ ମିଳିବାକୁ ଯାଉଛି।

Leave a Reply

Your email address will not be published. Required fields are marked *