ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, କୋରାପୁଟ, ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ହେଉଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।