ଭୁବନେଶ୍ୱର: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୧ ଟଙ୍କା ପଠାଯାଇଛି । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ସେ କହିଛନ୍ତି ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠା ଯାଇଛି। ଶେଷ ଯୋଗ୍ୟ ମହିଳାଙ୍କ ପର୍ଯ୍ୟନ୍ତ ଯୋଜନା ନ ପହଞ୍ଚିବା ଯାଏଁ ପଞ୍ଜିକରଣ ଜାରି ରହିବ।

