ଏଣିକି ସ୍କୁଲ ଶିକ୍ଷକଙ୍କ ଘର ପାଇଁ ଟଙ୍କା ଦେବେ ସରକାର । ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଆଜି ଖୁସି ଖବର ଦେଇଛନ୍ତି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ଅଗ୍ରୀମ ଟଙ୍କା ମିଳିବ। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ (ଡିଇଓ)ଙ୍କୁ ଚିଠି କରାଯାଇଛି।
