
ମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି; ଆବାସ ସଂଖ୍ୟା ୨ରୁ ୩ କୋଟିକୁ ବଢ଼ିଛି। ଓଡ଼ିଶାକୁ ଅଧିକ ମିଳିବା ଆଶା ରଖାଯାଇଛି। ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ଏଥିରେ ଆବେଦନ କରିପାରିବେ। ମାସିକ ଆୟ ୧୫ ହଜାରରୁ କମ୍ ଥିଲେ ବି ମିଳିବ ଘର । ପୂର୍ବରୁ ୧୦ ହଜାରରୁ କମ୍ ଆୟ ଥିଲେ ମିଳୁଥିଲା ଘର ।୨ ଚକିଆ ଯାନ ଓ ଫ୍ରିଜ୍ ଥିବେ ବି କରିପାରିବେ ଆବେଦନ ।ପୂର୍ବରୁ ଆବେଦନ କରି ଅପେକ୍ଷାରେ ଥିବା ଲୋକ ବି ନୂଆ ଆବେଦନ କରିପାରିବେ।
ସୂଚନାଯୋଗ୍ୟ ଶୁକ୍ରବାରଠାରୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ସର୍ଭେ ପ୍ରକ୍ରିୟା ଆରମ୍ଭ ପାଇଁ ପରାମର୍ଶ ଦିଆଯାଇଛି । ମୋବାଇଲ ଆପ୍ଲିକେସନ ‘ଆୱାସ ପ୍ଲସ’ ମାଧ୍ୟମରେ ସାନି ସର୍ଭେ କରି ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି । ରାଜ୍ୟବ୍ୟାପୀ ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ଜାରି ରହିବ । ସଂଶୋଧିତ ସର୍ତ୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ବାଦ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି ।
