ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରାର ଆୟୋଜନ ନେଇ ଗଜପତି ଦିବ୍ୟସିଂହ ଦେବ କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଛନ୍ତି। ଏନେଇ ସେ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଅନ୍ୟ ଧର୍ମରେ ଏଭଳି କରାଯାଇଥିଲେ, ତାକୁ ସହ୍ୟ କରାଯାଇନଥାନ୍ତା। ଯଦି ବୈଠକରେ ଅଦିନିଆ ରଥଯାତ୍ରାର ଆୟୋଜକ ମାନିଗଲେ ଭଲ କଥା, ନହେଲେ ଆଇନଗତ ବିକଳ୍ପ ରହିଛି। ମାର୍ଚ୍ଚ ଯାଏ ଇସ୍କନକୁ ସମୟ ଦିଆଯାଇଛି। ଏଣୁ ସେଯାଏ ଅପେକ୍ଷା କରିବାକୁ ପଡ଼ିବ। ଏହାପରେ ଆଉ ବରଦାସ୍ତ କରାଯିବନାହିଁ। ଅଦିନିଆ ରଥଯାତ୍ରାର ଆୟୋଜନ ଜଗନ୍ନାଥ ସଂସ୍କୃତି ଓ ଶ୍ରୀମନ୍ଦିରର ପରମ୍ପରା ଭାଙ୍ଗିବା ଭଳି।୧୯୬୭ରୁ ଇସ୍କନ ଅଦିନିଆ ରଥଯାତ୍ରା ଆୟୋଜନ କରିଆସୁଛି। ବାରମ୍ବାର କହିବା ପରେ ୨୦୨୧ରୁ ଭାରତରେ ଅଦିନିଆ ରଥଯାତ୍ରା ହେଉନି। କିନ୍ତୁ ବିଦେଶରେ ନିୟମ ଭାଙ୍ଗି ଇସ୍କନ ଅଦିନିଆ ରଥଯାତ୍ରା କରୁଛି।

Leave a Reply

Your email address will not be published. Required fields are marked *