Oplus_131072

ଭୂବନେଶ୍ୱର : ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟଙ୍କୁ ମିଳିବ ୨୦୨୪ ମସିହାର ସମ୍ମାନଜନକ ‘ଏକଲବ୍ୟ ପୁରସ୍କାର’। ରବିବାର ଏକଲବ୍ୟ ପୁରସ୍କାର ଜୁରି କମିଟି ବୈଠକ ପରେ ସର୍ବସମ୍ମତିକ୍ରମେ ତାଙ୍କ ଘୋଷଣା କରାଯାଇଛି। ପ୍ରତ୍ୟାଶାଙ୍କୁ ପୁରସ୍କାର ବାବଦରେ ୭ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଚଳିତ ବର୍ଷ ପୁରସ୍କାର ରାଶି ୫ ଲକ୍ଷରୁ ୭ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏଥିସହିତ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଧାବକ ଦଣ୍ଡପତି ମୃତ୍ୟୁମ୍‌ ଜୟରାମ ଓ ବ୍ୟାଡ୍‌ମିଣ୍ଟନ ଖେଳାଳି ତାନ୍‌ଭି ପତ୍ରୀଙ୍କୁ
ମଧ୍ୟ ପୁରସ୍କୃତ କରାଯିବାକୁ ନିଷ୍ପତ୍ତି ହୋଇଛି। ସେମାନଙ୍କୁ ପୁରସ୍କାର ଆକାରରେ ଦେଢ଼ ଲକ୍ଷ ଲକ୍ଷ ଟଙ୍କା ଲେଖାଏଁ ସହିତ ମାନପତ୍ର ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *