Oplus_131072

ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ସମ୍ଭାବନା ରହିଛି।

ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା, ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ମୟୂରଭଂଜରେ ସର୍ବାଧିକ ୫୬ ମିମି ବର୍ଷା ରେକର୍ଡ ହୋଇଛି ।

Leave a Reply

Your email address will not be published. Required fields are marked *