ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେଲା ତମ୍ବାଖୁ ନିବାରଣ କେନ୍ଦ୍ର (ଟିସିସି)। ଆଭାସୀ ମାଧ୍ୟମରେ ଏହି କେନ୍ଦ୍ରକୁ ଉଦଘାଟନ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା। ତାଙ୍କ ସହିତ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଜ୍ୟ ମନ୍ତ୍ରୀ ପ୍ରତାପରାଓ ଯାଦବ ମଧ୍ୟ ଉପସ୍ଥିତ ଥିଲେ। ତମ୍ବାଖୁମୁକ୍ତ ସମାଜ ଅଭିଯାନ ୨.୦ର ଶୁଭାରମ୍ଭ ସହିତ ତମ୍ବାଖୁମୁକ୍ତ ସମାଜ ହାସଲ ଦିଗରେ ଭାରତର ପ୍ରୟାସରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ। ୬୦ ଦିନିଆ ଏହି ଅଭିଯାନର ଲକ୍ଷ୍ୟ ହେଉଛି ଦେଶର ଯୁବଗୋଷ୍ଠୀଙ୍କ ମଧ୍ୟରେ ତମ୍ବାଖୁ ବନ୍ଦ କରିବା ଦିଗରେ ସଚେତନତା ସୃଷ୍ଟି କରିବା ଏବଂ ଦୃଷ୍ଟାନ୍ତମୂଳକ ପରିବର୍ତ୍ତନ ଆଣିବା। ଏପରି ପଦକ୍ଷେପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଜନସ୍ୱାସ୍ଥ୍ୟ ପ୍ରତି ଭାରତ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଜେ.ପି ନଡ୍ଡା ପ୍ରକାଶ କରିଥିଲେ।

Leave a Reply

Your email address will not be published. Required fields are marked *