କେନ୍ଦ୍ର ସରକାର ଓଡ଼ିଶା ଓ ରାଜସ୍ଥାନର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ପଞ୍ଚଦଶ ଅର୍ଥ ଆୟୋଗ (ଏକ୍ସଭି ଏଫସି) ଅନୁଦାନ ରାଶି ପ୍ରଦାନ କରିଛନ୍ତି। ଓଡ଼ିଶାର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷର ଦ୍ବିତୀୟ କିସ୍ତି ଅର୍ଥାତ୍ ୩୭୦.୨୦ କୋଟି ଟଙ୍କା ଏବଂ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅଣବନ୍ଧିତ ଅନୁଦାନର ପ୍ରଥମ କିସ୍ତିର ବକେୟା ରାଶି ୮୪.୫୦୮୬ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହି ପାଣ୍ଠି ରାଜ୍ୟର ସମସ୍ତ ଯୋଗ୍ୟ ୬୭୯୪ଟି ଗ୍ରାମ ପଞ୍ଚାୟତ, ୩୧୪ ଟି ବ୍ଲକ ପଞ୍ଚାୟତ ଏବଂ ୩୦ଟି ଜିଲ୍ଲା ପଞ୍ଚାୟତ ପାଇଁ ରହିଛି।

Leave a Reply

Your email address will not be published. Required fields are marked *