ଓଡିଶା ଗଢିବା ଆମ ସରକାରଙ୍କ ଉଦ୍ଦେଶ୍ୟ । ଏଥିପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫ ମା’ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ତେଣୁ, ସେମାନଙ୍କର ସମସ୍ୟାର ସମାଧାନ କରିବା ପାଇଁ, ଆମ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । “ଲକ୍ଷପତି ଦିଦି ସହାୟିକା ଯୋଜନା” ନାମକ ଏକ ନୂତନ ଯୋଜନା ମୁଁ ଘୋଷଣା କରୁଛି । ଏହି ଯୋଜନା ମାଧ୍ୟମରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ପାରିଶ୍ରମିକ ବାବଦ ଅର୍ଥ ବର୍ତ୍ତମାନ ପାଇଁ ସରକାର ବହନ କରିବେ ଏବଂ ଏଥିପାଇଁ GPLF ମାନଙ୍କୁ ଅନୁଦାନ ପ୍ରଦାନ କରିବେ । ଏହି ନିଷ୍ପତ୍ତି ଦ୍ଵାରା ୬୨ ହଜାରରୁ ଉର୍ଦ୍ଧ୍ଵ କମ୍ୟୁନିଟି ସପୋର୍ଟ ଷ୍ଟାଫ ଲାଭବାନ ହେବେ ଏବଂ ସେମାନେ ଏପ୍ରିଲ ୨୦୨୪ ଠାରୁ ତାଙ୍କର ପାରିଶ୍ରମିକ ପାଇବେ ।

Leave a Reply

Your email address will not be published. Required fields are marked *