ନୂଆଦିଲ୍ଲୀ: ନିଟ୍ ପରୀକ୍ଷାରେ ପେପର୍ ଲିକ୍ ଅଭିଯୋଗ ଏବଂ ଅନ୍ୟାନ୍ୟ ଅନିୟମିତତା ଉପରେ ତୀବ୍ର ବିବାଦ ସତ୍ତ୍ୱେ ସୁପ୍ରିମକୋର୍ଟ ଶୁକ୍ରବାର ଦିନ ଏହାର ରାୟ ଘୋଷଣା କରିଛନ୍ତି। ନିଟ୍ ପୁନଃ ପରୀକ୍ଷା ଆବେଦନକୁ ଖାରଜ କରି ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ଶୁକ୍ରବାର ନିଟ୍ ପେପର ଲିକ୍ ମାମଲାରେ ଅଦାଲତ ନିଷ୍ପତ୍ତି ଶୁଣାଇ କହିଛନ୍ତି ଯେ, ସବୁ ପକ୍ଷର ଦଲିଲ ଶୁଣିବା ପରେ କୋର୍ଟ ଏହି ସିଦ୍ଧାନ୍ତରେ ପହଞ୍ଚିଛନ୍ତି ଯେ, ଏହା ଏକ ସିଷ୍ଟୋମେଟିକ୍ ବିଫଳତା ନୁହେଁ । ପେପର ଲିକ୍ କେବଳ ହଜାରୀବାଗ ଓ ପାଟଣା ଅଞ୍ଚଳରେ ସୀମିତ ଥିଲା ।

