Oplus_131072

ଭୁବନେଶ୍ଵର: ଜଗତଜନନୀ ମାଆ ଦୁର୍ଗାଙ୍କ ଶାରଦୀୟ ପୂଜା। ମାଆ ଦୁର୍ଗାଙ୍କ ଆଗମନ ପାଇଁ ଉତ୍ସବମୂଖର ହୋଇଉଠିଛି ଗାଁ ଠୁ ସହର। ଆଜି ପୀଠରେ ମହାସପ୍ତମୀ ପୂଜା ହେଉଥିବାବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି। ସବୁଠି ଆଧ୍ୟାତ୍ମିକ ପରିବେଶ ଦେଖିବାକୁ ମିଳିଛି। ବିଲ୍ବ ବରଣ ପରେ ମାଆଙ୍କୁ ଆବାହନ କରାଯାଇ ମଣ୍ଡପରେ ପୂଜା କରାଯିବ। ଏଥିପାଇଁ ରାଜଧାନୀ ଭୁବନେଶ୍ଵର ସମେତ କଟକ ଏବଂ ଅନ୍ୟାନ୍ୟ ସ୍ଥାନରେ ବ୍ୟାପକ ଆୟୋଜନ କରାଯାଇଛି। ସୁନା ଚାନ୍ଦି ମେଢରେ ମାଆଙ୍କ ମୂର୍ତ୍ତି ସଜ୍ଜିତ ହୋଇଛି। ଟ୍ବିନ୍ ସିଟିରେ ସୁଉଚ୍ଚ ତୋରଣ ସାଙ୍ଗକୁ ଚିକମିକ୍ ଆଲୋକମାଳାରେ ଝଲସୁଛି ପୂଜା ମଣ୍ଡପ । ତାସାଙ୍ଗକୁ ମୀନା ବଜାର ଦର୍ଶକଙ୍କ ମନ ମୋହୁଛି। ନୟାପଲ୍ଲୀ, ସହିଦ ନଗର, ଝାରପଡା, ରସୁଲଗଡ, ବରମୁଣ୍ଡା, ସହିଦନଗର, ଷ୍ଟେସନ ବଜାର ଆଦି ପ୍ରମୂଖ ମଣ୍ଡପରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave a Reply

Your email address will not be published. Required fields are marked *