ସେ ଆଉ ମଧ୍ୟ କହିଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନଧରି ଦ୍ୱନ୍ଦାତ୍ମକ ତଥ୍ୟ ସବୁ ଗଣମାଧ୍ୟମରେ ପ୍ରଚାରିତ ହେଉଛି | ଶ୍ରୀ ଜଗନ୍ନାଥଙ୍କର ମନ୍ଦିର ଦିଘା ଠାରେ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବା ଇତ୍ୟାଦି ବାବଦରେ ଚର୍ଜାହେବା ବିଷୟ ସମ୍ପୁର୍ଣ ଅଗ୍ରହଣୀୟ ଅଟେ ଏବଂ ଏଭଳି କଥା ଗୁଡିକ ଜଗନ୍ନାଥ ପ୍ରେମୀ ଭକ୍ତ ସମାଜ ଓ ଓଡ଼ିଶାର ସାଢେ ଚାରିକୋଟି ଜନତାଙ୍କ ମନରେ କଷ୍ଟ ଦେଇଛି ବୋଲି ଅନୁଭବ ହେଉଛି |
ଏହି କାରଣରୁ ସଂପୂର୍ଣ୍ଣ ଘଟଣା ଉପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏକ ଅନ୍ତରୀଣ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରାଯାଉ | ଏହି ଘଟଣାରେ ଯଦି କେହି ଦୋଷୀ ସାବ୍ୟସ୍ତ ହେଉଛନ୍ତି ବା ଜ୍ଞାତସାରରେ ଥାଇ ଏଭଳି ଘଟଣା ଘଟାଉଛନ୍ତି ସେ ବାବଦରେ ରାଜ୍ୟ ସରକାରଙ୍କ ଅନୁମତି କ୍ରମେ ଦଣ୍ଡବିଧାନ କରିବାର ପ୍ରାବଧାନ ମଧ୍ୟ କରାଯାଇପାରେ ।