Oplus_131072

ଆଲୋକର ପର୍ବ ଦୀପାବଳିକୁ ସୁରକ୍ଷିତ ଭାବେ ପାଳନ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମଙ୍ଗଳବାର ଗାଇଡଲାଇନ ଜାରି କରାଯାଇଛି। ଦୀପାବଳୀରେ ସଂଧ୍ୟା ୭ଟାରୁ ରାତି ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ସେହପିରି ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ବାରଣ କରାଯାଇଛି। ପାର୍କ, ସାଇଲେନ୍ସ ଜୋନ୍‌ରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ଏଥିସହିତ ହସ୍ପିଟାଲ, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ମିଟର ଭିତରେ ବାଣ ଫୁଟାଇବାକୁ ଗାଇଡ୍‌ଲାଇନ୍‌ରେ ବାରଣ କରାଯାଇଛି। କେବଳ ଖୋଲା ସ୍ଥାନରେ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ସେହିପରି ୧୦ବର୍ଷରୁ କମ୍‌ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବା, ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି ଏବଂ ବ୍ୟବହାରକୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *