ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ଗତକାଲି ଦେଶର ନିର୍ବାଚନ କମିସନରଙ୍କୁ ଭେଟି ଗତ ସାଧାରଣ ନିର୍ବାଚନରେ ଏକ ବଡ଼ ଧରଣର ଅସଙ୍ଗତି ଥିବା ଦର୍ଶାଇଥିଲା। ଆଜି ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁ ଶଙ୍ଖ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଡାକି ନିର୍ବାଚନର ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠାଇଛନ୍ତି। ନିର୍ବାଚନ ଶେଷ ହେବା ପରେ ପ୍ରଦାନ କରାଯାଇଥିବା ଭୋଟ ସଂଖ୍ୟା ଓ ଗଣତି ହୋଇଥିବା ଭୋଟ ସଂଖ୍ୟା ଭିତରେ ଥିବା ତାରତମ୍ୟ ସମଗ୍ର ନିର୍ବାଚନ ପ୍ରକ୍ରିୟା ଉପରେ ସନ୍ଦେହ ସୃଷ୍ଟି କରିଛି ବୋଲି ସେ କହିଛନ୍ତି।

Leave a Reply

Your email address will not be published. Required fields are marked *