ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ । ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ଶନିବାର ଦିନ ଦିଲ୍ଲୀର ନିଗମବୋଧ ଘାଟରେ ଶୋକାକୂଳ ପରିବେଶରେ ଶନିବାର ମଧ୍ୟାହ୍ନରେ ସମ୍ପନ୍ନ ହୋଇଛି ।

 

୩ ସେନାଙ୍କ ପକ୍ଷରୁ ମନମୋହନଙ୍କୁ ସଲାମି ଦିଆଯାଇଥିଲା । ଏହାପରେ ପୂରା ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା ।

 

ଦେଶ ବିଦେଶର ମାନ୍ୟଗଣ୍ୟ ନେତାଙ୍କ ଉପସ୍ଥିତିରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା ।ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ୍ ଶାହ, ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ, କଂଗ୍ରେସ ସଂସଦୀୟ ଦଳର ସଭାପତି ସୋନିଆ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ ମଧ୍ୟ ସାମିଲ ହୋଇଥିଲେ ।

Leave a Reply

Your email address will not be published. Required fields are marked *