ଅନ୍ୟପଟେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏନେଇ ଆଲୋଚନା କରିଥିଲେ । ରଥଯାତ୍ରା ଭଳି ମହାର୍ଘ୍ୟ ବୈଶ୍ୱିକ ଯାତ୍ରାର ମହାନତା ଉପଲବ୍ଧି କରି କର୍ତ୍ତୃପକ୍ଷ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନେବେ ବୋଲି ପ୍ରଶାସନ ଆଶା ରଖିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।