ପ୍ୟାରିସ୍: ପ୍ୟାରିସ୍ ଅଲିମ୍ପିକ୍ସରେ ନୀରଜ ଚୋପ୍ରା ଟୋକିଓ ସ୍ବର୍ଣ୍ଣ ପଦକ ବଜାୟ ରଖିପାରିଲେ ନାହିଁ। କିନ୍ତୁ ରୌପ୍ୟ ପଦକ ଜିତି ନୂଆ ଇତିହାସ ରଚିଛନ୍ତି। ସ୍ବାଧୀନ ଭାରତର ପ୍ରଥମ ଆଥ୍ଲେଟ୍ ଭାବେ ଦୁଇ ପଦକ (ଟୋକିଓ-ସ୍ବର୍ଣ୍ଣ, ପ୍ୟାରିସ୍-ରୌପ୍ୟ) ଜିତି ଗୌରବ ରଚିଛନ୍ତି। ଅନ୍ୟ ଖେଳକୁ ମିଶାଇଲେ ସୁଶୀଲ କୁମାର (କୁସ୍ତି), ପିଭି ସିନ୍ଧୁ(ବ୍ୟାଡମିଣ୍ଟନ), ମନୁ ଭାକର (ସୁଟିଂ)ଙ୍କ ପରେ ଚତୁର୍ଥ ଭାରତୀୟ ଭାବେ ଦୁଇଟି ବ୍ୟକ୍ତିଗତ ଅଲିମ୍ପିକ୍ସ ପଦକ ଜିତିବାର ସଫଳତା ପାଇଲେ।