ପୂର୍ବତନ ମନ୍ତ୍ରୀ, ବରିଷ୍ଠ ନେତା ତଥା କଟକର ପୂର୍ବତନ ବିଧାୟକ ସମୀର ଦେଙ୍କ ଗତ ୧୮ ତାରିଖ ଦିନ ପରଲୋକ ଘଟିଥିଲା। ସ୍ୱର୍ଗତଃ ଦେଙ୍କୁ ଶ୍ରଦ୍ଧାଞ୍ଜଳୀ ପ୍ରଦାନ ଅବସରରେ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସ୍ମୃତିସଭାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସ୍ୱର୍ଗତଃ ଦେଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବା ସହିତ ସ୍ମୃତିଚାରଣ କରିଥିଲେ।

ଛାତ୍ରବସ୍ଥାରୁ ନିଜ ରାଜନୈତିକ ଜୀବନ ଆରମ୍ଭ କରିଥିବା ସ୍ୱର୍ଗତଃ ଦେ ଜଣେ ବାସ୍ତବରେ ସ୍ନେହୀ, ପରୋପକାରୀ ଓ ଦରଦୀ ମଣିଷ ଥିଲେ। ରାଜ୍ୟର ଉଚ୍ଚଶିକ୍ଷା ମନ୍ତ୍ରୀ ଓ ନଗର ଉନ୍ନୟନ ମନ୍ତ୍ରୀ ଭାବେ ନିଜ ଦାୟୀତ୍ୱକୁ ସୁଚାରୁ ରୂପେ ନିର୍ବାହ କରିଥିଲେ। ତାଙ୍କ ବିୟୋଗ କେବଳ ପାର୍ଟୀ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତିରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

Leave a Reply

Your email address will not be published. Required fields are marked *