Oplus_131072

( ସୁଲଗ୍ନା ମହାନ୍ତି ) : ଆଜିର ଦିନରେ ମା’ଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ। ସମସ୍ତ ପୂଜା ମଣ୍ଡପ ଗୁଡିକରେ ଜଗତଜନନୀ ଦେବୀ ଦୁର୍ଗାଙ୍କର ବିଜୟାଦଶମୀ ପୂଜାର୍ଚ୍ଚନା ଜାରି ରହିଛି। ଏହା ପରେ ଅପରାଜିତା ପୂଜା, ଅନ୍ନପୂର୍ଣ୍ଣା ଭିକ୍ଷା ଓ ଶେଷରେ ମଣ୍ଡପରେ ଘଟ ବିସର୍ଜନ ବିଧି ପାଳିତ ହେବ। କିମ୍ବଦନ୍ତୀ ଅନୁଯାୟୀ ମହିଷାସୁରର ଅତ୍ୟାଚାର ଅସହ୍ୟ ହେବାରୁ ଦେବତାମାନେ ଦୁର୍ଗାଙ୍କୁ ଆବାହନ କରିଥିଲେ। ଦେବୀ ଦୁର୍ଗା ସିଂହବାହିନୀ ସାଜି ମହିଷାସୁରକୁ ବଦ୍ଧ କରିଥିଲେ। ଆଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ। ତେବେ ଦଶହରା ଦିନ ପ୍ରଭୁ ଶ୍ରୀରାମଚନ୍ଦ୍ର ମଧ୍ୟ ମାତୃଶକ୍ତି ବନଦୁର୍ଗାଙ୍କୁ ପୂଜା କରି ପ୍ରବଳ ପ୍ରତାପୀ ରାବଣକୁ ବଦ୍ଧ କରିଥିଲେ। ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଏ। ଏଥିପାଇଁ ବିଜୟା ଦଶମୀର ମୁଖ୍ୟ ଆକର୍ଷଣ ରାବଣ ପୋଡି। ଅସତ୍ୟ ଉପରେ ସତ୍ୟର ବିଜୟକୁ ପ୍ରତୀକ ଭାବେ ବିଭିନ୍ନ ସ୍ଥାନରେ ଆଜି ରାବଣ ପୋଡି ଅନୁଷ୍ଠିତ ହେବ।

Leave a Reply

Your email address will not be published. Required fields are marked *