ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦିନକୁ ଦିନ ଉତ୍ତେଜନା ବଢ଼ିବାରେ ଲାଗିଛି । ଉଭୟ ପକ୍ଷରୁ ଆକ୍ରମଣ ଲାଗି ରହିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରିଛନ୍ତି ଓଡ଼ିଶା ସରକାର। ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ସଚିବ ।

ନିର୍ଦ୍ଦେଶ ଅନୁସାରେ ଯେଉଁମାନେ ଛୁଟିରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି କୌଣସି ସରକାରୀ ଅଫିସରଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ଅନୁମତି ଦିଆଯାଇପାରିବ ନାହିଁ।

Leave a Reply

Your email address will not be published. Required fields are marked *