
ଭୁବନେଶ୍ୱର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରୁ ଝାରସୁଗୁଡା ପର୍ଯ୍ୟନ୍ତ ବିମାନସେବାର ଶୁଭାରମ୍ଭ କରିଛନ୍ତି । ୭୬ ସିଟ୍ ବିଶିଷ୍ଟ Star Air ର ଏହି ବିମାନଟି Odisha New Destination Policy ଅଧିନରେ ବିମାନ ଯୋଜନାରେ Viability Gap Funding (VGF) ସହଯୋଗରେ ଚଳାଚଳ ଆରମ୍ଭ କରିଛି। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ବିମାନ ବନ୍ଦର ଠାରେ ପ୍ରଥମ ଯାତ୍ରୀଙ୍କୁ ବୋଡିଂ ପାସ୍ ପ୍ରଦାନ କରିଥିଲେ ।
ସୂଚନାଯୋଗ୍ୟ ଯେ ବର୍ତ୍ତମାନ ବିମାନଟି ସପ୍ତାହରେ ୫ ଦିନ – ମଙ୍ଗଳବାର, ବୁଧବାର, ଗୁରୁବାର, ଶୁକ୍ରବାର ଓ ଶନିବାର ଚଳାଚଳ କରିବ। ମାତ୍ର ୪୫ ମିନିଟ ମଧ୍ୟରେ ଏହି ବିମାନଟି ଭୁବନେଶ୍ବରରୁ ଝାରସୁଗୁଡା ପହଞ୍ଚିବ। ଖୁବଶୀଘ୍ର ଏହାକୁ ଦୈନିକ ବିମାନ ସେବାରେ ମଧ୍ୟ ପରିଣତ କରାଯିବ ।
ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଐତିହାସିକ ପଦକ୍ଷେପ କେବଳ ପଶ୍ଚିମ ଓଡିଶାକୁ ରାଜ୍ୟର ରାଜଧାନୀ ସହିତ ନିକଟତର କରିବନି, ବରଂ ଶିଳ୍ପୋନ୍ନତି, ପର୍ଯ୍ୟଟନ ଓ ସାଂସ୍କୃତିକ ଆଦାନ-ପ୍ରଦାନକୁ ମଧ୍ୟ ଦ୍ରୁତ ଗତି ଦେବ ।
