ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତି ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଥିବା ମନୋଜ ସାହୁଙ୍କୁ ନିଯୁକ୍ତି ମିଳିଛି। ମନୋଜ ୨୦୦୬ ବ୍ୟାଚର ଆଇଏଏସ ଅଧିକାରୀ। ଓଡ଼ିଶାକୁ ବଦଳି ହୋଇ ଆସିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା । ଏବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦକୁ ସ୍ୱତନ୍ତ୍ର ସଚିବ ପାହ୍ୟା ସହ ସମାନ କରାଯାଇଛି । ଏ ସଂପର୍କରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ମନୋଜଙ୍କ ଘର ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଅନ୍ତର୍ଗତ ସିଂହାରପୁର ଗ୍ରାମରେ ।