Oplus_131072

ସଭାରେ କର୍ମୀଙ୍କ ଉପସ୍ଥିତିରେ ସେ କହିଛନ୍ତି, କର୍ମୀଙ୍କ ଉତ୍ସାହରେ ମୋ ଦେହରେ ଶତସିଂହର ବଳ ଆସିଛି। ମାଆ ବିରଜାଙ୍କ ଆଶୀର୍ବାଦରୁ ମୁଁ ପୁଣିଥରେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ନବୀନ ପଟ୍ଟନାୟକଙ୍କ ପରାମର୍ଶରେ ସମ୍ବଲପୁରରୁ ନିର୍ବାଚନ ଲଢିଥିଲି।

ସୂଚନାଥାଉ କି, ବବିଙ୍କ ଏହି ମନ୍ତବ୍ୟ ପରେ ଯାଜପୁର ରାଜନୀତିରେ କମ୍ପନ ଦେଖିବାକୁ ମିଳୁଛି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ପୂର୍ବରୁ ଯାଜପୁର ବିଧାନସଭା ନିର୍ବାଚନରେ ଉପନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିଲା। ଯାହାକୁ ପୁଣି ଖୋରାକ ଯୋଗାଇଛି ବବିଙ୍କ ଏହି ମନ୍ତବ୍ୟ। ଆଲୋଚନା ହେଉଛି ଯେ, ଯାଜପୁର ବିଧାନସଭାର ବିଧାୟିକା ସୁଜାତା ସାହୁ ଇସ୍ତଫା ଦେଲେ ସେହି ଆସନରୁ ବବି ପୁଣିଥରେ ନିର୍ବାଚନ ଲଢିପାରନ୍ତି। ଯାଜପୁରରେ ହେଉଥିବା ଏହି ସଭାରେ ବବି ସୁଜାତାଙ୍କ ଆଗରେ ଏପରି ଘୋଷଣା କରିବା ରାଜନୈତିକ ପାଣିପାଗକୁ ପୁଣି ଉଷ୍ମ କରି ଦେଇଛି। ଯାଜପୁର ବବିଙ୍କ ଗଡ ଭାବେ ପରିଚିତ। ତେବେ ବବିଙ୍କୁ ପୁଣି ଯାଜପୁରର ମଙ୍ଗ ଧରାଇବାକୁ ବିଜେଡି ସୁପ୍ରିମୋ ରଣନୀତି ପ୍ରସ୍ତୁତ କରୁଛନ୍ତି ବୋଲି ଆଲୋଚନା ହେଉଛି। ଏହାପୂର୍ବରୁ ବିଜେଡିର ବହୁ ବରିଷ୍ଠ ନେତା ଏପରି କି ରାଜ୍ୟ ସଭା ଏମପି ମଧ୍ୟ ଓଡ଼ିଶାରେ ଉପନିର୍ବାଚନ ହୋଇପାରେ ବୋଲି କହି ସାରିଛନ୍ତି। ତେବେ ବବିଙ୍କ ଖୋଲା ମଞ୍ଚରେ ଏହି ଦୃଢୋକ୍ତି ପରେ ଉପନିର୍ବାଚନ ଚର୍ଚ୍ଚା ପୁଣି ଜୋର ଧରିଛି। ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯଦି ସୁଜାତାଙ୍କୁ ଯାଜପୁରରୁ ଇସ୍ତଫା ଦେବାକୁ କହି ବବିଙ୍କୁ ଟିକେଟ୍‌ ଦିଅନ୍ତି ତେବେ ସୁଜାତା ମଧ୍ୟ ଏନେଇ ଅସନ୍ତୁଷ୍ଟ ହୋଇପାରନ୍ତି। କାରଣ ଚଳିତ ନିର୍ବାଚନରେ ଯାଜପୁରରେ ବିଜେଡିର ଗଡ଼ ଏକ ପ୍ରକାର ଧ୍ୱସଂବିଧ୍ୱସ୍ତ ହୋଇଯାଇଥିବାବେଳେ ସେ ନିଜର ନିର୍ବାଚନମନ୍ତଳୀରେ ବିଜୟୀ ହୋଇଥିଲେ। ଆଉ ଯଦି ତାଙ୍କୁ ସେଥିରୁ ଇସ୍ତଫା ମଗାଯାଏ ତେବେ ରାଜନୈତିକ ପାଣିପାଗ କିଛି ଓଲଟା ବୋହିବାର ମଧ୍ୟ ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ମୋର ଇସ୍ତଫା ଦେବାର ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ବିଧାୟିକା ସୁଜାତା ସାହୁ।

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କୁ ତେରଛା ବାଣ ମାରିଛନ୍ତି ବଡ଼ଚଣା ବିଧାୟକ ଅମର ନାୟକ। ସେ କହିଛନ୍ତି, ସମ୍ବଲପୁରରେ ଲଢ଼ିଥିଲେ ରେଜଲ୍ଟ ବି ପାଇଛନ୍ତି। ଯାଜପୁର ନିର୍ତାବାଚନ ମଣ୍ଡଳୀରେ ପ୍ରଶାସନିକ ପେଞ୍ଚ ପାଞ୍ଚରେ ବିଜେଡି ଅଳ୍ପ ବ୍ୟବଧାନରେ ଜିତିଛି। ଯାଜପୁର ବିଧାୟିକା ଛାଡିବେ କିମ୍ବା ଆଠଗଡ଼ ପରି ରଖିବେ ସେ ଜାଣିଥିବେ। ବିଜେପି ଲଢେଇ ଓ ସଂଗ୍ରାମ କରିକି ବିଜୟ ହାସଲ କରିଛି। ଆଗକୁ ଯେତେ ବି ନିର୍ବାଚନ ହେବ ଦଳ ବାଜିମାତ କରିବ।

Leave a Reply

Your email address will not be published. Required fields are marked *