ସଂଗ୍ରହ (ସୁଲଗ୍ନା ମହାନ୍ତି )–  କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ । ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା । ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ ପାଣ୍ଡବମାନେ ତାହାହିଁ କଲେ।

 

ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ । ସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ। ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ୱାର ଖୋଲାଯିବ ନାହିଁ । ମାତ୍ର ପନ୍ଦର ଦିନ ପରେ ଦ୍ୱାର ଖୋଲାଗଲା ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ । କେବଳ ଅଧାଗଢା ମୂର୍ତ୍ତି ରହିଗଲା ଅଧାଗଢ଼ା ମୂର୍ତ୍ତିକୁ ଶ୍ରୀମନ୍ଦିରରେ ପ୍ରତିଷ୍ଠା କରାଗଲା । ସେହି ସମୟରେ ମହାପ୍ରଭୁ କହିଥିଲେ : ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ। ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି।

Leave a Reply

Your email address will not be published. Required fields are marked *