ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜଘାଟଠାରେ ପହଞ୍ଚି ଗାନ୍ଧିଜୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରାଜଘାଟଠାରେ ପହଞ୍ଚି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୋଦୀଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଚିଫ୍ ଅଫ ଡିଫେନ୍ସ ଷ୍ଟାଫ(ସିଡିଏସ) ଏବଂ ତିନି ସେନାର ମୁଖ୍ୟମାନେ ଏହି ଅବସରରେ ଉପସ୍ଥିତ ଥିଲେ।
ପ୍ରଧାନମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସ’ରେ ଲେଖିଛନ୍ତି, ବାପୁଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ଆଦର୍ଶ ଆମକୁ ଏକ ବିକଶିତ ଭାରତ ଗଢ଼ିତୋଳିବାରେ ପ୍ରେରଣା ଦେଉଛି। ଦେଶ ପାଇଁ ଜୀବନ ବଳି ଦେଇଥିବା ସମସ୍ତ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ଏବଂ ସେମାନଙ୍କ ସେବା ଓ ତ୍ୟାଗର ସ୍ମୃତିଚାରଣ କରୁଛି