ଭୁବନେଶ୍ବର: ସୋମବାର ସପ୍ତମ ଥର ଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଖୋଲିଥିଲା। ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଅଭିଯୋଗ ପ୍ରକୋଷ୍ଠରେ ରାଜ୍ଯର ବିଭିନ୍ନ ସ୍ଥାନରୁ ଆସିଥିବା ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିଲି। ସେମାନଙ୍କ ଅଭିଯୋଗର ଯଥାଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛି। ସମସ୍ୟାର ସମାଧାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ନିମନ୍ତେ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛି।

Leave a Reply

Your email address will not be published. Required fields are marked *