ଶ୍ରୀମନ୍ଦିରରେ ବିଶୃଙ୍ଖଳା ଅଭିଯୋଗରେ ୨ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆଙ୍କୁ ଶ୍ରୀମନ୍ଦିର ଆଇନ୍ 21-A ଧାରା ଅନୁସାରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।
ଏପଟେ ଶ୍ରୀମନ୍ଦିର ମଧ୍ୟରେ ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି ।