ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍‍କା କରିବାରେ ସହାୟକ ହେବେ।

ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି। ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ୍‍-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି। ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ (Enrolment) ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ।

ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ। ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *