ସେହିପରି, ବରିଷ୍ଠତା ଭିତ୍ତିରେ ପଦୋନ୍ନତି, ସିଏଚଓ ପଦବୀରୁ ଫେରାଇ ଆଣି କ୍ୟାଡ଼ର ପୋଷ୍ଟରେ ଅବସ୍ଥାପିତ, ମେରୁଦଣ୍ଡ ଆଘାତ ଚିକିତ୍ସା କେନ୍ଦ୍ର ନର୍ସିଂ ଅଫିସରଙ୍କୁ ସ୍ଥାୟୀ ନିଯୁକ୍ତି ସହ ଠିକାସଂସ୍ଥା ଦ୍ୱାରା ନର୍ସିଂ ଅଫିସର ନିୟୋଜନ ଆଦେଶକୁ ପ୍ରତ୍ଯାହାର କରିବାକୁ ସଂଘ ଦାବି କରିଛି । ଏନଏଚଏମ ଅଧୀନରେ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ ନୂତନ ସିଏଚଓଙ୍କୁ ନିଯୁକ୍ତି ଦାବି କରିଛି ସଂଘ।
୨୫ ଓ ୨୬ ତାରିଖ ଦୁଇଦିନ ଆନ୍ଦୋଳନ ଚାଲିବ। ତେବେ ଏହି ସମୟରେ ଜରୁରୀକାଳୀନ ସେବା ଜାରି ରହିବ। ଯଦି ସରକାର ଦାବି ନଶୁଣନ୍ତି ତେବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମ୍ପୂର୍ଣ୍ଣ ରୋଗୀ ସେବା ବନ୍ଦ କରିଦିଆଯିବ ବୋଲି ମହାସଂଘ ଚେତାବନୀ ଦେଇଛି।

