Oplus_131072

ଭୁବନେଶ୍ବର: ସକ୍ରିୟ ମୌସୁମୀ ପ୍ରଭାବରେ ୧୩ ତାରିଖରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ୧୨ ତାରିଖରେ କାଁ ଭାଁ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ‌୧୩ ତାରିଖରେ ଉତ୍ତର ଓଡ଼ିଶା ସମେତ ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ପରବର୍ତ୍ତୀ ସମୟରେ ପାଗରେ ପରିବର୍ତ୍ତନ ଆସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେପଟେ ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରଶାସନ ସଜାଗ ରହିବା ସହ ‌ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସଜାଗ କରାଯାଇଛି।

Leave a Reply

Your email address will not be published. Required fields are marked *