ଭୁବନେଶ୍ୱର : ରାଜ୍ୟର ପ୍ରାୟ ୨୬ଟି ଜିଲ୍ଲାର କେତେକ ସ୍ଥାନରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୨୬ ଜିଲ୍ଲା ମଧ୍ୟରୁ ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ ସତର୍କ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲ୍ଲାମାନଙ୍କରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେହିପରି ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, ବରଗଡ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋବର ସମ୍ଭାବନା ରହିଛି ବୋଲି କେନ୍ଦ୍ର କହିଛି। ୨୫ ତାରିଖରେ ମଧ୍ୟ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *