ଭୁବନେଶ୍ବର: ବଢିବ ପିଏମ୍ ଆବାସ ଟଙ୍କା। ପିଏମ୍ ଆବାସ୍ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶିର ପରିମାଣ ବୃଦ୍ଧି ପାଇବ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ। ତାଙ୍କ କହିବା ମୁତାବକ, ଖୁବ ଶୀଘ୍ର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ବଦଳରେ ୧ ଲକ୍ଷ ୮୦ ହଜାର ଟଙ୍କା ମିଳିବ। ଖୁବଶୀଘ୍ର ସମ୍ପୂର୍ଣ୍ଣ ଗାଇଡଲାଇନ ଆସିବ।
ମନ୍ତ୍ରୀ ରବି ନାରାୟଣ ନାୟକ ଆହୁରି କହିଛନ୍ତି, ପୂର୍ବ ସରକାର ମୋ ଘର ଯୋଜନା କେବଳ ନିର୍ବାଚନ ପାଇଁ ଲାଗୁ କରିଥିଲେ। ଏହି ଯୋଜନାରେ କୌଣସି ଲୋକ ଉପକୃତ ହୋଇ ନାହାନ୍ତି। ଯୋଜନାର କୌଣସି ନିର୍ଦ୍ଦିଷ୍ଟ ଗାଇଡ ଲାଇନ ନାହିଁ। ୩ ଲକ୍ଷ ଟଙ୍କାର ଋଣ କରିବା କଥା ଲୋକ ଶୁଣିବା ପରେ ଚାଲି ଯାଉଛନ୍ତି। ଆଗ୍ରହ ନାହିଁ ଲୋକଙ୍କର ଏହି ଯୋଜନାରେ ସାମିଲ ହେବା ପାଇଁ।

