ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ କେନ୍ଦ୍ରୀଭୂତ ହୋଇଛି । ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଥିବାବେଳେ ପାରାଦୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ଦ୍ଧୁମ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୦ ତାରିଖ ପାଇଁ ୯ ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର,ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ। ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଫଳରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି।
