(ସୁଲଗ୍ନା ମହାନ୍ତି) – ଆଜି ଆଲୋକର ପର୍ବ ଦୀପାବଳୀ । ଚଳଚଞ୍ଚଳ ଗାଁ ଠୁ ସହର । ରଙ୍ଗୀନ ଆଲୋକରେ ସଜେଇ ହୋଇଛି ଘରଠୁ ଅଫିସ୍ । ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିିକୁ ନେଇ ଆସିଛିି ଦୀପାବଳି , ଅନ୍ୟାୟ ଉପରେ ନ୍ୟାୟର, ଅଧର୍ମ ଉପରେ ଧର୍ମର, ଅସତ୍ୟ ଉପରେ ସତ୍ୟର ଓ ଅନ୍ଧକାର ଉପରେ ଆଲୋକର ବିଜୟର ପର୍ବ ହେଉଛି ପବିତ୍ର ଦୀପାବଳି । ଆଜି ଦୀପାବଳିରେ ଗାଁ’ଠୁ ସହର ଉତ୍ସବମୁଖର । ଚାରିଆଡେ ଖୁସିରେ ଲୋକମାନେ ପାଳୁଛନ୍ତି ଶୁଭ ଦୀପାବଳିକୁ। ହିନ୍ଦୁ ପରାମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ଏହା ଏକ ପ୍ରକାର ସକାରାତ୍ମକ ଶକ୍ତି। ତେଣୁ ଏହି ଦିନ ଘରକୁ ଆଲୋକରେ ସଜାଇ ଲୋକେ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଆଲୋକ ଜାଳନ୍ତି ବୋଲି କୁହାଯାଏ।କୁହାଯାଏ କି, ଅନ୍ଧାରକାର ନକାରାତ୍ମକ ଶକ୍ତିକୁ ଅଧିକ ପ୍ରଭାବଶାଳୀ କରିଦିଏ। ଏହି ଅନ୍ଧକାର ଏବଂ ନକାରାତ୍ମକ ଶକ୍ତି ଉପରେ ବିଜୟ ହାସଲ କରିବାକୁ ଆଲୋକର ଆବଶ୍ୟକତା ପଡ଼େ। ତେଣୁ ଅମାବାସ୍ୟାର ଅନ୍ଧକାରକୁ ଦୂର କରିବା ପାଇଁ ସାରା ବିଶ୍ୱରେ ଆଲୋକ ଜାଳନ୍ତି। ଏହାଛଡ଼ା ଚାରିଆଡ଼େ ଆଲୋକିତ ହେଉଥିବା ରଶ୍ମୀ ଏକପ୍ରକାର ଏକାଗ୍ରତାର ପରିଚୟ ବି ଦିଏ।
ପବିତ୍ର ଦୀପାବଳି ଅବସରରେ Odisha Not Out ତରଫରୁ ଆପଣଙ୍କ ସୁଖ, ଶାନ୍ତି,ନିରୋଗ କାମନା କରିବା ସହ ଜୀବନର ସମସ୍ତ ଅନ୍ଧକାର ଦୂର ହୋଇ ନୂତନ ଉର୍ଜା ସୃଷ୍ଟି ହେଉ ଏହା ହିଁ ପ୍ରାର୍ଥନା କରୁଛୁ।