ଗବେଷଣା କହିବ, ଓଡିଶା ଇତିହାସର ଗାଥା । ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଓଡିଶା ଗଠନ ରେ ବୀରପୁତ୍ର ଙ୍କ ସଂଘର୍ଷ ବିଷୟରେ ଗବେଷଣା କରାଯିବ |
ଓଡିଶା ଇତିହାସକୁ ନେଇ ଏପର୍ଯ୍ୟନ୍ତ କୌଣସି ଗବେଷଣା ହୋଇନାହିଁ, ଯାହାକି ଦୁର୍ଭାଗ୍ୟଜନକ । ଓଡିଶାର ପ୍ରକୃତ ଇତିହାସ ଏବଂ ଓଡିଆ ବରପୁତ୍ରଙ୍କ ଇତିହାସ ବିଷୟରେ ଗବେଷଣା ହେବ । ଏଥିପାଇଁ ବିଶ୍ୱବିଦ୍ୟାଳୟର ଏକ ଚେୟାର ବରପୁତ୍ରଙ୍କ ନାଁରେ ପ୍ରତିଷ୍ଠା କରାଯାଇ ଗବେଷଣା କରାଯିବ । ଏଥିସହିତ ଓଡ଼ିଶାର ଏକ ପ୍ରମୁଖ ରାସ୍ତାକୁ ବରପୁତ୍ର ଜୟୀ ରାଜଗୁରୁଙ୍କ ନାଁରେ ନାମିତ କରାଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।
ଆଜି ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ, ଓଡ଼ିଶାର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଦେଶ ଯେତେବେଳେ ଇଂରେଜମାନଙ୍କ ଦ୍ୱାରା ଶାସିତ ହୋଇ ଅତ୍ୟାଚାରର ଶିକାର ହେଉଥିଲା ସେତେବେଳେ ଏହି ଖୋର୍ଦ୍ଧା ମାଟିର ପାଇକମାନେ ଏକତ୍ରିତ ହୋଇ ପ୍ରଥମେ ଆନ୍ଦୋଳନ କରିଥିଲେ । ତେଣୁ ଓଡ଼ିଆ ଜାତି ର ବୀର ସିପାହୀ ଙ୍କ ବିଷୟରେ ଓଡ଼ିଆ ବାସୀ ଅବଗତ ହେବା ଜରୁରୀ ବୋଲି ମନ୍ତ୍ରୀ କହିଥିଲେ |
