ପାଲଲହଡା ନିକଟରେ ଓଲଟିଲା ଓଡ଼ିଶା ରାଜ୍ୟ ପରିବହନ ନିଗମ(ଓଏସଆରଟିସି) ବସ । ଓଏସଆରଟିସି ବସଟି ବାରିପଦାରୁ ଅନୁଗୁଳ ଯାଉଥିବା ବେଳେ ତାଳଚେରର ସମଲ ଥାନା ଅନ୍ତର୍ଗତ ଗହମ ସେବାଶ୍ରମ ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଏହି ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛଥିବା ସୂଚନା ମିଳିଛି । ଦୁର୍ଘଟଣା ଘଟିବ ଦେଖି ତୁରନ୍ତ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କୁ ଉଦ୍ଧାର କରାଯାଇ ତାଳଚେଳ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆହତଙ୍କ ମଧ୍ୟରୁ ୨୦ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *