Skip to content

ଫେବୃଆରୀ ୨୮ ତାରିଖରେ ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା। ପୁରୀରେ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ସ୍ଵାସ୍ଥ୍ୟ ସଚିବ ଯୋଗ ଦେଉଛନ୍ତି। ଏହି ସମୟରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ସଚିବଙ୍କ ସହ ଆଲୋଚନା କରିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ରହିବେ।