ଆଜି କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଗୁରୁତ୍ଵପୂର୍ଣ୍ଣ ବୈଠକରେ ପ୍ରଭାରୀ ଅଜୟ କୁମାର ଲଲ୍ଲୁ, ସହ ପ୍ରଭାରୀ ରୋଜାଲିନା ତିର୍କୀଙ୍କ ସମେତ ଦଳର ବରିଷ୍ଠ ନେତୃବୃନ୍ଦ ଯୋଗଦେଇ ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଛି । ବୈଠକ ପରେ ମାର୍ଚ ୨୭ରେ ବିଧାନସଭା ଘେରାଉ କରିବ କଂଗ୍ରେସ ବୋଲି ସୂଚନା ଦେଇଥିଲା କଂଗ୍ରେସ।
ସୂଚନା ଯୋଗ୍ୟ; ବିଧାନସଭାରୁ ୭ଦିନ ପାଇଁ ନିଲମ୍ବନ ହୋଇଛନ୍ତି କଂଗ୍ରେସ ନେତା ତାରା ବାହିନୀପତି। ଏହାକୁ ନେଇ ପ୍ରତିବାଦକୁ ଓହ୍ଲାଇଛି କଂଗ୍ରେସ। ଜୋରଦାର ବିରୋଧ କରିବା ସହ ବିଧାନସଭାକୁ ମଧ୍ୟ ବୟକଟ କରିଛି କଂଗ୍ରେସ।