
ଆଜି ସୁରକ୍ଷା ବୈଠକ ଡାକିଲେ ପୂର୍ବାଞ୍ଚଳ ରେଞ୍ଜ ଡିଆଇଜି । ଅପରାହ୍ନ ୨ଟାରେ PXE କ୍ୟାମ୍ପସ୍ରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ITR ନିର୍ଦ୍ଦେଶକ, PXE ନିର୍ଦ୍ଦେଶକ, ଜିଲ୍ଲାପାଳ, ଏସ୍ପି ଯୋଗ ଦେବେ ବୋଲି ସୂଚନା ମିଳିଛି ।
ସାମୁଦ୍ରିକ ଅଞ୍ଚଳର ସୁରକ୍ଷା ସମ୍ପର୍କରେ ଏହି ବୈଠକରେ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି। ଏହା ସହ ସମସ୍ତ ସୁରକ୍ଷା ଏଜେନ୍ସିଙ୍କୁ ସତର୍କ କରାଯିବା ସହିତ ଶତ୍ରୁ ପକ୍ଷଙ୍କ ପ୍ରତ୍ୟେକ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
