
ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ମାଧ୍ୟମରେ ସୂଚନା ଦେଇ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର ସୌଭାଗ୍ୟ ଲାଭ କଲି । ଓଡ଼ିଶାର ବିକାଶ ପାଇଁ ତାଙ୍କର ଅତୁଟ ସମର୍ଥନ ଏବଂ ପ୍ରେରଣାଦାୟୀ ଦୃଷ୍ଟିକୋଣ ପାଇଁ କୃତଜ୍ଞ । ଏହି ଅବସରରେ ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ବିକଶିତ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତିବଦ୍ଧ ।

ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସମୟରେ ସେ ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି। ଓଡ଼ିଶାରେ ସାର୍ବଜନୀନ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ପ୍ରତିବଦ୍ଧତା ଉପରେ ଗୁରୁତ୍ବ ଦିଆଯାଇଛି। ଦୁର୍ଗମ ଅଞ୍ଚଳରେ ମେଡିକାଲ ଭିତ୍ତିଭୂମି ଏବଂ ଡାକ୍ତରୀ ଶିକ୍ଷା ଉପରେ ଆଲୋଚନା କରାଯାଇଛି ।
