ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।
ତାରାଙ୍କ ପିଏସଓ ଦେଇଥିବା ଲିଖିତ ଅଭିଯୋଗ ଅନୁଯାୟୀ, ତାରାଙ୍କୁ ସର୍ବସାଧାରଣରେ ଆକ୍ରମଣ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ କୃଷ୍ଣଚନ୍ଦ୍ର ।
ସୂଚନା ଅନୁଯାୟୀ, ଗତ ୧୪ ତାରିଖ ରାତିରେ କୋରାପୁଟ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା କୋରାପୁଟ ସହରରେ ଅନୁଷ୍ଠିତ ହୋଇଥିଲା । ସେହି ସମୟରେ ହଠାତ କୃଷ୍ଣ ଚନ୍ଦ୍ର କୁଲଦୀପ ନାମକ ଜଣେ ବ୍ୟକ୍ତି ବାହିନୀପତିଙ୍କୁ ଅଚାନକ ଆକ୍ରମଣ କରିଥିଲେ ।
ଟାଉନ ଥାନା ପୋଲିସ କୃଷ୍ଣ ଚନ୍ଦ୍ର କୁଲଦୀପଙ୍କ ଡାକ୍ତରୀ ପରୀକ୍ଷା କରିବା ସହ ଅଟକ ରଖି ପଚରାଉଚୁରା କରୁଥିବା ଜଣାପଡିଛି ।
