Oplus_131072

ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳସ୍ତର ବଢୁଛି। ଆଜି ଆଉ ୬ଟି ଗେଟ ଖୋଲିଥିବା ବେଳେ ମୋଟ ୧୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ମହାନଦୀ ଫୁଲୁଛି। ଏ ନେଇ ୧୦ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି। ବିଶେଷକରି ତଳିଆ ଅଞ୍ଚଳ ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ବଲପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ପାଣି ପଶିଥିବା ରାସ୍ତା ଓ ପୋଲ ଉପରେ ଯାତାୟାତ ନକରିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *