ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ସେ ନୂଆଦିଲ୍ଲୀରେ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ଦେବେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥର ବିକାଶ ନେଇ ଆଲୋଚନା କରିବେ ବୋଲି ସୂଚନା ରହିଛି।

