
ଏହି ଉତ୍କର୍ଷ ଓଡ଼ିଶା ନିବେଶକ ସମ୍ମିଳନୀରେ ୧୨.୮୯ ଲକ୍ଷ କୋଟି ଟଙ୍କାର ୧୪୫ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣାପତ୍ର ଦ୍ୱାରା ୮.୯୪ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ।
ଶିଳ୍ପ ସଚିବ ହେମନ୍ତ ଶର୍ମା ସୂଚନା ଦେଇ କହିଛନ୍ତି ଯେ, ଦୁଇଦିନ ବ୍ୟାପି କାର୍ଯ୍ୟକ୍ରମରେ ୫ ଶହରୁ ଅଧିକ ଇଣ୍ଟେଣ୍ଟ ଆସିଥିଲା । କିନ୍ତୁ ରାଜ୍ୟ ସରକାରଙ୍କ ପଲିସିକୁ ସୁହାଇଲା ଭଳି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।
