
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏବେ ରାଜ୍ୟରେ ବାତ୍ୟାର ସୂଚନା ନଥିବା ସ୍ପଷ୍ଟ କଲା ପାଣିପାଗ ବିଭାଗ । ମେ ୨୩ରୁ ୨୮ ମଧ୍ୟରେ ବାତ୍ୟା ହେବା ନେଇ ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଛି ପାଣିପାଗ ବିଭାଗ ।
ଅନ୍ୟପଟେ ରାଜ୍ୟରେ କଲବଲ କରୁଛି ତାତି, ଆଜି ତାଣ୍ଡବ ରଚିବ କାଳବୈଶାଖୀ। ଆଜି ଅଧାରୁ ଅଧିକ ଓଡ଼ିଶାରେ କାଳବୈଶାଖୀର ସମ୍ଭାବନା ରହିଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଓ କଟକ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
